Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:8 - ଓଡିଆ ବାଇବେଲ

8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅତୀତରେ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ନ ଥିଲ, ତେଣୁ ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେହିଭଳି ମିଥ୍ୟା ଦେବଦେବୀମାନଙ୍କର ଦାସ ଥିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ;

Gade chapit la Kopi

ପବିତ୍ର ବାଇବଲ

8 ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ।

Gade chapit la Kopi




ଗାଲାତୀୟ 4:8
31 Referans Kwoze  

ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ ।


ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,


ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ ? ଏଣୁ ଯେକେହି ଆପଣାର ପଦ-ନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।


ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।


ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।


ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।


ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”


ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।


ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ।


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ


Swiv nou:

Piblisite


Piblisite