Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:16 - ଓଡିଆ ବାଇବେଲ

16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୋର କହିବାର କଥା ହେଲା, ପବିତ୍ରଆତ୍ମା ତୁମ୍ଭମାନଙ୍କ ଜୀବନକୁ ପରିଚାଳିତ କରନ୍ତୁ। ତା’ହେଲେ ତୁମ୍ଭେମାନେ ଆଉ ମନୁଷ୍ୟର ପ୍ରକୃତିଗତ ଲାଳସାକୁ ଚରିତାର୍ଥ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ।

Gade chapit la Kopi




ଗାଲାତୀୟ 5:16
22 Referans Kwoze  

ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,


କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ୱରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।


କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


Swiv nou:

Piblisite


Piblisite