Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:16 - ଓଡିଆ ବାଇବେଲ

16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ

16 ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।

Gade chapit la Kopi




ଗାଲାତୀୟ 6:16
25 Referans Kwoze  

ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।


ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।


ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ ।


ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।


ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ ।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ ।


Swiv nou:

Piblisite


Piblisite