Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:5 - ଓଡିଆ ବାଇବେଲ

5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କାରଣ ପ୍ରତ୍ୟେକଙ୍କୁ ନିଜ ନିଜର ଭାର ବହନ କରିବାକୁ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।

Gade chapit la Kopi

ପବିତ୍ର ବାଇବଲ

5 ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।

Gade chapit la Kopi




ଗାଲାତୀୟ 6:5
14 Referans Kwoze  

ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।


ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।


ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।


Swiv nou:

Piblisite


Piblisite