Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:2 - ଓଡିଆ ବାଇବେଲ

2 ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ପୃଥିବୀ ସେତେବେଳେ ସମ୍ପୂର୍ଣ୍ଣଭାବେ ଶୂନ୍ୟ ଓ କିଛି ନ ଥିଲା। ଜଳଭାଗ ଉପରେ ଅନ୍ଧକାର ଘୋଡ଼େଇ ରଖିଥିଲା ଏବଂ ପରମେଶ୍ୱରଙ୍କର ଆତ୍ମା ଜଳଭାଗ ଉପରେ ବ୍ୟାପ୍ତ ଥିଲେ।

Gade chapit la Kopi




ଆଦି ପୁସ୍ତକ 1:2
17 Referans Kwoze  

ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।


ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ।


କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।


ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”


ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;


ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,


ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା।


ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;


ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;


ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।


ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱ କେଶ ହେଲା;


Swiv nou:

Piblisite


Piblisite