Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:3 - ଓଡିଆ ବାଇବେଲ

3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ପରମେଶ୍ଵର କହିଲେ, ଦୀପ୍ତି ହେଉ; ତହିଁରେ ଦୀପ୍ତି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ପରମେଶ୍ୱର କହିଲେ, “ଆଲୋକିତ ହେଉ!” ତହିଁରେ ଆଲୋକିତ ହେଲା।

Gade chapit la Kopi




ଆଦି ପୁସ୍ତକ 1:3
22 Referans Kwoze  

ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।


ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।


କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।


ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।


ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।


ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


ଦୀପ୍ତିର ବାସସ୍ଥାନକୁ ପଥ କାହିଁ ? ଓ ଅନ୍ଧକାରର ସ୍ଥାନ କେଉଁଠାରେ ?


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।


ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।


ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ ।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।


ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,


Swiv nou:

Piblisite


Piblisite