Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:4 - ଓଡିଆ ବାଇବେଲ

4 ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ପରମେଶ୍ଵର ଦୀପ୍ତିକି ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ଵର ଅନ୍ଧକାରରୁ ଦୀପ୍ତିକି ଭିନ୍ନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହା ପରେ ପରମେଶ୍ୱର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।

Gade chapit la Kopi




ଆଦି ପୁସ୍ତକ 1:4
10 Referans Kwoze  

ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।


ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।


ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।


ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।


ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।


ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।


ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।


ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


Swiv nou:

Piblisite


Piblisite