Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:5 - ଓଡିଆ ବାଇବେଲ

5 ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ପରମେଶ୍ଵର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱର ସେହି ଆଲୋକର ନାମ ଦେଲେ “ଦିନ” ଏବଂ ଅନ୍ଧକାରର ନାମ ଦେଲେ “ରାତି।” ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହେଲା। ଏହା ପ୍ରଥମ ଦିନ ଥିଲା।

Gade chapit la Kopi




ଆଦି ପୁସ୍ତକ 1:5
16 Referans Kwoze  

ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;


ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି।


ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”


ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।


“ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;


କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।


ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।


ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।


ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।


ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।


ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ।


Swiv nou:

Piblisite


Piblisite