Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:8 - ଓଡିଆ ବାଇବେଲ

8 ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ଵୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

Gade chapit la Kopi




ଆଦି ପୁସ୍ତକ 12:8
33 Referans Kwoze  

ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପ ନଗରରେ;


ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।


ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ ।


ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”


ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;


ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋ’ ପ୍ରାଣକୁ ଉଦ୍ଧାର କର।”


ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍


ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।


ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।


ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।


ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,


ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।


ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।


ଏଥିଉତ୍ତାରେ ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।


ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;


ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।


ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ।


ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।


ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।


ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବା ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।


Swiv nou:

Piblisite


Piblisite