Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:4 - ଓଡିଆ ବାଇବେଲ

4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

Gade chapit la Kopi




ଆଦି ପୁସ୍ତକ 15:4
8 Referans Kwoze  

ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”


ହେ ଭାଇମାନେ, ତୁମ୍ଭେମାନେ ଇସ୍‍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।


ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।


ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।


ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି ।


ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


Swiv nou:

Piblisite


Piblisite