Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:3 - ଓଡିଆ ବାଇବେଲ

3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।

Gade chapit la Kopi

ପବିତ୍ର ବାଇବଲ

3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ।

Gade chapit la Kopi




ଆଦି ପୁସ୍ତକ 16:3
15 Referans Kwoze  

ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”


ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।


ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।


ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।


ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।


ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।


ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।


ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


Swiv nou:

Piblisite


Piblisite