Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:1 - ଓଡିଆ ବାଇବେଲ

1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର।

Gade chapit la Kopi




ଆଦି ପୁସ୍ତକ 17:1
45 Referans Kwoze  

ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।


ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,


ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।


“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।


ଊଷ୍‍ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?


ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।


ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।


ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।


ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।


ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।


ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।


ତୁମ୍ଭେ କ’ଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇପାର ? ତୁମ୍ଭେ କ’ଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇପାର ?


ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ’ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।


ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’


ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।


ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;


ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;


ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।


ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


Swiv nou:

Piblisite


Piblisite