Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:8 - ଓଡିଆ ବାଇବେଲ

8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

8 ଦେଖ, ମୋର ଦୁଇଟି କୁମାରୀ କନ୍ୟା ଅଛନ୍ତି। ମୁଁ ସେମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭେମାନେ ଯାହା ଇଚ୍ଛା ସେମାନଙ୍କ ପ୍ରତି କର। କିନ୍ତୁ ସେହି ଲୋକମାନଙ୍କୁ କିଛି କର ନାହିଁ। ସେମାନେ ମୋ’ ଗୃହରେ ଅତୀଥି ଥିବାରୁ ମୁଁ ସେମାନଙ୍କୁ ସୁରକ୍ଷା ଦେବି।”

Gade chapit la Kopi




ଆଦି ପୁସ୍ତକ 19:8
12 Referans Kwoze  

ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।


ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।


କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ ।


କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?


ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।


ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”


ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋ’ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”


ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”


“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।


ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।


ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।


Swiv nou:

Piblisite


Piblisite