Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:9 - ଓଡିଆ ବାଇବେଲ

9 ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ସେମାନେ କହିଲେ, ଘୁଞ୍ଚି ଯା। ପୁଣି କହିଲେ, ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋʼ ପ୍ରତି ଆହୁରି କୁବ୍ୟବହାର କରିବା। ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋʼ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

9 ଘରକୁ ଘେରି ରହିଥିବା ଲୋକମାନେ ଲୋଟଙ୍କୁ କହିଲେ, “ଏହିଠାକୁ ଆସ!” ଏହା ପରେ ପରସ୍ପରକୁ କହିଲେ, “ଏହି ଲୋଟ, ଆମ ସହରରେ ଏକ ଭ୍ରମଣକାରୀ। ବର୍ତ୍ତମାନ ସେ ଆମ୍ଭର ଜୀବନ ଶୈଳୀକୁ ସମାଲୋଚନା କରିବାକୁ ସାହସ କରୁଛି!” ତା'ପରେ ସେହି ଲୋକମାନେ ଲୋଟକୁ କହିଲେ, “ଆମ୍ଭେମାନେ ସେମାନଙ୍କୁ ଯେତିକି ଆଘାତ କରିବା ପାଇଁ ଯୋଜନା କରିଛୁ ତା’ ଅପେକ୍ଷା ଆମ୍ଭେ ତୁମ୍ଭକୁ ଅଧିକ ଆଘାତ କରିବୁ। ସେମାନେ ସେମାନଙ୍କର କଥାରେ ତା’ ଉପରେ ଗ୍ଭପ ପକାଇଲେ।” ଏହା ପରେ ସେମାନେ ଅତି ନିକଟତର ହେବାକୁ ଲାଗିଲେ ଓ କବାଟ ଭାଙ୍ଗିବାକୁ ଉଦ୍ୟତ ହେଲେ।

Gade chapit la Kopi




ଆଦି ପୁସ୍ତକ 19:9
21 Referans Kwoze  

ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।”


ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।


ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।


ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।


ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।


ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।


ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।


ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।


ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।


Swiv nou:

Piblisite


Piblisite