Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:5 - ଓଡିଆ ବାଇବେଲ

5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ଵର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

5 ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।

Gade chapit la Kopi




ଆଦି ପୁସ୍ତକ 2:5
15 Referans Kwoze  

ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।


କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।


ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।


ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”


ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।


ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।


ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।


ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।


ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;


ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍‍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।


Swiv nou:

Piblisite


Piblisite