Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:4 - ଓଡିଆ ବାଇବେଲ

4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।

Gade chapit la Kopi

ପବିତ୍ର ବାଇବଲ

4 ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।

Gade chapit la Kopi




ଆଦି ପୁସ୍ତକ 21:4
9 Referans Kwoze  

ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।


ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା ।


ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।


ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।


Swiv nou:

Piblisite


Piblisite