Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:6 - ଓଡିଆ ବାଇବେଲ

6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 “ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”

Gade chapit la Kopi




ଆଦି ପୁସ୍ତକ 23:6
19 Referans Kwoze  

ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।


ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”


ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”


ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ ?


ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।”


ସେମାନେ କହିଲେ, “ନା ପ୍ରଭୁ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।”


ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”


ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।


ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।


ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।


ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”


ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;


ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।


Swiv nou:

Piblisite


Piblisite