Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:1 - ଓଡିଆ ବାଇବେଲ

1 ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ପରମେଶ୍ଵରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳଥିଲା। ସେ ନାରୀଙ୍କି କହିଲା, ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ଵର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”

Gade chapit la Kopi




ଆଦି ପୁସ୍ତକ 3:1
14 Referans Kwoze  

କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।


ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।"


ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ ।


ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।


ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା ।


ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର ।


ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।


Swiv nou:

Piblisite


Piblisite