Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:4 - ଓଡିଆ ବାଇବେଲ

4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସର୍ପ ନାରୀଙ୍କି କହିଲା, ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ସର୍ପ ସ୍ତ୍ରୀଲୋକଟିକୁ କହିଲା, “ତୁମ୍ଭେ ମରିବ ନାହିଁ।

Gade chapit la Kopi




ଆଦି ପୁସ୍ତକ 3:4
13 Referans Kwoze  

କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;


ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ ।


ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ,’ ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”


ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”


ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।”


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”


ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।


Swiv nou:

Piblisite


Piblisite