Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:3 - ଓଡିଆ ବାଇବେଲ

3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେ ଯେ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।

Gade chapit la Kopi

ପବିତ୍ର ବାଇବଲ

3 ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି।

Gade chapit la Kopi




ଆଦି ପୁସ୍ତକ 39:3
28 Referans Kwoze  

ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।


ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।


ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।


ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।


ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।


ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;


ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।


ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”


ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।


ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।


କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।


କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?”


ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”


ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।


ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।


ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”


ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।


ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ।


Swiv nou:

Piblisite


Piblisite