Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:11 - ଓଡିଆ ବାଇବେଲ

11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏ ନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;

Gade chapit la Kopi

ପବିତ୍ର ବାଇବଲ

11 ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ।

Gade chapit la Kopi




ଆଦି ପୁସ୍ତକ 4:11
11 Referans Kwoze  

କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''


ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ।


ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।


କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା ।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”


ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”


ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।


Swiv nou:

Piblisite


Piblisite