Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:2 - ଓଡିଆ ବାଇବେଲ

2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ହେବଲ ମେଷପାଳକ ଓ କୟିନ କୃଷକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

Gade chapit la Kopi




ଆଦି ପୁସ୍ତକ 4:2
19 Referans Kwoze  

ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।


ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା ।


ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ ।


ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”


ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।


ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।


ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,


ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”


ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।


Swiv nou:

Piblisite


Piblisite