Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:5 - ଓଡିଆ ବାଇବେଲ

5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଅଧୋମୁଖ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା।

Gade chapit la Kopi




ଆଦି ପୁସ୍ତକ 4:5
18 Referans Kwoze  

ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି ।


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।


ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ?


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।


ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା।


ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ ?


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


Swiv nou:

Piblisite


Piblisite