Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:7 - ଓଡିଆ ବାଇବେଲ

7 ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”

Gade chapit la Kopi




ଆଦି ପୁସ୍ତକ 4:7
33 Referans Kwoze  

ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।


ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”


“ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।


ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ ।


ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।


ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ’ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;


ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;


ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;


ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’”


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


Swiv nou:

Piblisite


Piblisite