Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:8 - ଓଡିଆ ବାଇବେଲ

8 ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହର ପାତ୍ର ଥିଲେ।

Gade chapit la Kopi




ଆଦି ପୁସ୍ତକ 6:8
23 Referans Kwoze  

ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।


ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।


ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।


ଯେ କର୍ମ କରେ, ତାହା ପକ୍ଷରେ ତା'ର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ ।


ଦାଉଦ ଈଶ୍ୱରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ୱରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ ।


ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।


ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ ।


କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।


ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ ।


ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା’ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite