Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:16 - ଓଡିଆ ବାଇବେଲ

16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

16 ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ।

Gade chapit la Kopi




ଆଦି ପୁସ୍ତକ 7:16
15 Referans Kwoze  

ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।


କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ 'ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।


ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।


ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।


ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।


ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।


ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।


ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।


ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।


Swiv nou:

Piblisite


Piblisite