Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:7 - ଓଡିଆ ବାଇବେଲ

7 ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଜଳପ୍ଳାବନ ଅପେକ୍ଷାରେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ

7 ନୋହ ଏବଂ ତାଙ୍କର ପରିବାର ବନ୍ୟାରୁ ରକ୍ଷା ପାଇବା ନିମିତ୍ତ ଜାହାଜ ମଧ୍ୟକୁ ଗଲେ। ଜାହାଜରେ ନୋହ, ତାଙ୍କର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।

Gade chapit la Kopi




ଆଦି ପୁସ୍ତକ 7:7
10 Referans Kwoze  

ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା ।


ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,


ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।


ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।


Swiv nou:

Piblisite


Piblisite