Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:16 - ଓଡିଆ ବାଇବେଲ

16 “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।

Gade chapit la Kopi

ପବିତ୍ର ବାଇବଲ

16 “ଜାହାଜକୁ ପରିତ୍ୟାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ

Gade chapit la Kopi




ଆଦି ପୁସ୍ତକ 8:16
14 Referans Kwoze  

ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।


କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।


ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।


ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।


ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,


ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”


Swiv nou:

Piblisite


Piblisite