ହାଗୟ 1:1 - ଓଡିଆ ବାଇବେଲ1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit laପବିତ୍ର ବାଇବଲ (Re-edited) - (BSI)1 ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, Gade chapit laପବିତ୍ର ବାଇବଲ1 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ। Gade chapit la |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”