Biblia Todo Logo
Bib sou entènèt

- Piblisite -




ହାଗୟ 1:12 - ଓଡିଆ ବାଇବେଲ

12 ସେତେବେଳେ ଶଲ୍‍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ମହାଯାଜକ ଯିହୋଶୂୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ୱର ହାଗୟଙ୍କୁ ପ୍ରେରଣ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କଠାରୁ ସଦାପ୍ରଭୁ ଦେଇଥିବା ବାର୍ତ୍ତା ଶୁଣିଲେ। ସେମାନେ ସେମାନଙ୍କର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ୱରଙ୍କୁ ଜଣାଇଲେ।

Gade chapit la Kopi




ହାଗୟ 1:12
19 Referans Kwoze  

ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,


ତହିଁରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।


ଏବେ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣ ଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।


ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।


Swiv nou:

Piblisite


Piblisite