Biblia Todo Logo
Bib sou entènèt

- Piblisite -




ହାଗୟ 1:2 - ଓଡିଆ ବାଇବେଲ

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

2 ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।”

Gade chapit la Kopi




ହାଗୟ 1:2
14 Referans Kwoze  

ତହିଁରେ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।


ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”


ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।”


ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,


Swiv nou:

Piblisite


Piblisite