Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:7 - ଓଡିଆ ବାଇବେଲ

7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, "ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି;''

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ଵରୂପ କରନ୍ତି, ପୁଣି ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ଵରୂପ କରନ୍ତିନ୍ତ”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅଥଚ ସ୍ୱର୍ଗଦୂତମାନଙ୍କ ସମ୍ବନ୍ଧରେ ଈଶ୍ୱର ଏହି କଥା କହିଛନ୍ତି; “ଈଶ୍ୱର ଆପଣା ଦୂତମାନଙ୍କୁ ବାୟୁ ତୁଲ୍ୟ ଓ ଆପଣା ସେବକମାନଙ୍କୁ ଅଗ୍ନିଶିଖା ପରି କରିଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”

Gade chapit la Kopi

ପବିତ୍ର ବାଇବଲ

7 ନିଜର ସ୍ୱର୍ଗଦୂତମାନଙ୍କ ବିଷୟରେ ପରମେଶ୍ୱର କହିଛନ୍ତି: “ପରମେଶ୍ୱର ଆପଣା ସ୍ୱର୍ଗଦୂତମାନଙ୍କୁ ବାୟୁସ୍ୱରୂପ କରନ୍ତି, ଓ ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ୱରୂପ କରନ୍ତି।”

Gade chapit la Kopi




ଏବ୍ରୀ 1:7
10 Referans Kwoze  

ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।


ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?


ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।


ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍‍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।


ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”


Swiv nou:

Piblisite


Piblisite