Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:8 - ଓଡିଆ ବାଇବେଲ

8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନ୍ୟ ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି ନ୍ୟାୟର ଦଣ୍ତ ତୁମ୍ଭର ରାଜଦଣ୍ତ ଅଟେ।”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତାଙ୍କ ପୁତ୍ରଙ୍କ ସମ୍ପର୍କରେ ସେ କହିଥିଲେ, “ହେ ଈଶ୍ୱର, ତୁମର ରାଜ୍ୟ ଚିରକାଳ ସ୍ଥାୟୀ! ତୁମେ ନ୍ୟାୟଦଣ୍ଡରେ ତୁମ ଲୋକମାନଙ୍କୁ ଶାସନ କରୁଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି: “ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ

Gade chapit la Kopi




ଏବ୍ରୀ 1:8
33 Referans Kwoze  

ମୁଁ ଓ ପିତା ଏକ ।


ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।


ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।


ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି ।


Swiv nou:

Piblisite


Piblisite