Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:10 - ଓଡିଆ ବାଇବେଲ

10 ଯୀଶୁଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ଵାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଅତଏବ ଈଶ୍ୱର ଏହି ସମସ୍ତ ବଳିଦାନ ଅଗ୍ରାହ୍ୟ କରି ତା’ ପରିବର୍ତ୍ତେ ଖୀଷ୍ଟଙ୍କ ବଳିଦାନ ଗ୍ରହଣ କଲେ। ଯୀଶୁ ଖୀଷ୍ଟ ଥରେ ମାତ୍ର ଓ ଚିରକାଳ ପାଇଁ ନିଜ ଶରୀରକୁ ଉତ୍ସର୍ଗ କରି ଈଶ୍ୱରଙ୍କ ଇଚ୍ଛା ସାଧନ କରିଥିବାରୁ, ତାଙ୍କର ସେହି ପ୍ରାୟଶ୍ଚିତ ଯୋଗୁଁ ଆମେ ସମସ୍ତେ ପାପରୁ ପରିଷ୍କୃତ ହୋଇଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।

Gade chapit la Kopi




ଏବ୍ରୀ 10:10
25 Referans Kwoze  

କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।


ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।


ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।


କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା ।


ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,


ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋ' ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


Swiv nou:

Piblisite


Piblisite