Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:3 - ଓଡିଆ ବାଇବେଲ

3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ବିଶ୍ଵାସ ଦ୍ଵାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ଵ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଈଶ୍ୱରଙ୍କ ଆଦେଶରେ ବିଶ୍ୱଚଗତରେ ସୃଷ୍ଟି ହେଲା ଓ ଅଦୃଶ୍ୟ ବିଷୟରୁ ଦୃଶ୍ୟ ବିଷୟର ଉତ୍ପତ୍ତି ହେଲା, ଏ କଥା କେବଳ ବିଶ୍ୱାସ ଦ୍ୱାରା ଆମେ ଜାଣୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।

Gade chapit la Kopi




ଏବ୍ରୀ 11:3
17 Referans Kwoze  

ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା


ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।


ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।


ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।


ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।


ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।


ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।


ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


Swiv nou:

Piblisite


Piblisite