Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:5 - ଓଡିଆ ବାଇବେଲ

5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ଵା ତାହାଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳା; ହୁଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱର ତାଙ୍କ ସନ୍ତାନ ସ୍ୱରୂପେ ତୁମ୍ଭମାନଙ୍କୁ ଯେଉଁ ଉତ୍ସାହବାଣୀ ଶୁଣାଉଛନ୍ତି, ତାହା କ’ଣ ତୁମ୍ଭେମାନେ ଭୁଲି ଯାଇଛ? “ହେ ମୋର ପୁତ୍ର, ଈଶ୍ୱର ତୁମକୁ ଶାସନ କଲାବେଳେ ମନୋଯୋଗୀ ହୁଅ। ସେ ତୁମକୁ ଉର୍ତ୍ସାନାକଲାବେଳେ ନିରୁତ୍ସାହ ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ: “ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ, ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ।

Gade chapit la Kopi




ଏବ୍ରୀ 12:5
33 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।


ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।


ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।


ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।


ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।


ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ୱର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି ?


ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।


କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।


ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।


କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;


ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,


ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,


ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


Swiv nou:

Piblisite


Piblisite