Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:1 - ଓଡିଆ ବାଇବେଲ

1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ପରସ୍ପରକୁ ପ୍ରେମ କରୁଥାଅ। ଆଗନ୍ତୁକମାନଙ୍କୁ ତୁମ ଗୃହରେ ଆତିଥ୍ୟ ପ୍ରଦାନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।

Gade chapit la Kopi

ପବିତ୍ର ବାଇବଲ

1 ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ।

Gade chapit la Kopi




ଏବ୍ରୀ 13:1
30 Referans Kwoze  

ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।


ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।


ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ ।


କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ ।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ ।


ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।


ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !


Swiv nou:

Piblisite


Piblisite