Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:3 - ଓଡିଆ ବାଇବେଲ

3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ଵାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ଵାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତାହାହେଲେ, ଏହି ମହାପରିତ୍ରାଣକୁ ଉପେକ୍ଷା କଲେ, ଆମେ କିପରି ଉଦ୍ଧାର ପାଇବା? ଏହି ପରିତ୍ରାଣ ସ୍ୱୟଂ ପ୍ରଭୁ ନିଜେ ପ୍ରଥମେ ଘୋଷଣା କଲେ ଏବଂ ତାଙ୍କଠାରୁ ଶୁଣିବା ବ୍ୟକ୍ତିମାନେ ତାହାର ମହାସତ୍ୟ ଆମ୍ଭମାନଙ୍କ ନିକଟରେ ପ୍ରମାଣ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅ‌ଦ୍‌ଭୂତ

Gade chapit la Kopi




ଏବ୍ରୀ 2:3
42 Referans Kwoze  

ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ଆଉ, ହେ ମନୁଷ୍ୟ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ୱରଙ୍କ ବିଚାରରୁ ପଳାୟନ କରି ପାର ବୋଲି କ'ଣ ମନେ କରୁଅଛ ?


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।


ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।


ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।


ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।


ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?


ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”


ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।


ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ ।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।


ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ ।


ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,


ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,


କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।


କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"


ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ ।


କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।


ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି


ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ ।


କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର;


Swiv nou:

Piblisite


Piblisite