Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:12 - ଓଡିଆ ବାଇବେଲ

12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ହେ ବିଶ୍ୱାସୀ ଭାଇମାନେ, ସାବଧାନ, ତୁମ୍ଭମାନଙ୍କ ମଧ୍ୟରୁ କାହାରି ହୃଦୟ ଯେପରି ପାପ ଓ ଅବିଶ୍ୱାସରେ ପୂର୍ଣ୍ଣ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ବିମୁଖ ନ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।

Gade chapit la Kopi




ଏବ୍ରୀ 3:12
37 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ ?


ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ ।


ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।


ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।’”


କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;


ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି ।


ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।


ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,


କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।


ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି ?’


କାରଣ ଯଦି ଈଶ୍ୱର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ ।


ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।


କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।


ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ଜୀବିତ ଈଶ୍ୱରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


Swiv nou:

Piblisite


Piblisite