Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:13 - ଓଡିଆ ବାଇବେଲ

13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କ ମଧରୁ କେହି ଯେପରି ପାପ ଦ୍ୱାରା ପ୍ରତାରିତ ହୋଇ କଠିନ ହୃଦୟ ନ ହୁଅ, ଏଥିପାଇଁ ପରସ୍ପରକୁ ପ୍ରତିଦିନ ସାହାର୍ଯ୍ୟ କର। ପୁଣି ଧର୍ମଶାସ୍ତ୍ରରେ ଲିଖିତ ‘ଆଜି” ଶଦ୍ଦଟି ଯେ ପର୍ଯ୍ୟନ୍ତ ଆମ୍ଭେମାନଙ୍କ ପ୍ରତି ପ୍ରଯୁଜ୍ୟ, ସେ ପର୍ଯ୍ୟନ୍ତ ତାହା କରୁଥାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର।

Gade chapit la Kopi




ଏବ୍ରୀ 3:13
13 Referans Kwoze  

ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।


କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା ।


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;


ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?


ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


Swiv nou:

Piblisite


Piblisite