Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:11 - ଓଡିଆ ବାଇବେଲ

11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଅତଏବବ ଆମ ମଧ୍ୟରୁ କେହି ଯେପରି ନିଜର ଅବିଶ୍ୱାସ ହେତୁ ସେହି ଲୋକମାନଙ୍କ ପରି ଉକ୍ତ ବିଶ୍ରାମରୁ ବଞ୍ଚିତ ନ ହୁଏ, ଏଥପାଇଁ ଯଥାସାଧ୍ୟ ଉଦ୍ୟମ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

11 ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।

Gade chapit la Kopi




ଏବ୍ରୀ 4:11
22 Referans Kwoze  

ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?


ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।


ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


ଏହି ସବୁ ହେତୁରୁ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି ।


ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି ।


ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ୱର ମୁଦ୍ରାଙ୍କିତ କଲେ ।


ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର


ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର।


Swiv nou:

Piblisite


Piblisite