Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:1 - ଓଡିଆ ବାଇବେଲ

1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପ୍ରତ୍ୟେକ ମହାଯାଜକ ସ୍ୱଜାତୀୟ ଲୋକମାନଙ୍କ ମଧ୍ୟରୁ ମନୋନୀତ ଓ ନିଯୁକ୍ତ ହୁଅନ୍ତି। ସେ ସେମାନଙ୍କ ପକ୍ଷରୁ ପାପ ମୋଚନ ପାଇଁ ବଳି ଓ ନୈବେଦ୍ୟ ଉତ୍ସର୍ଗ କରି ଈଶ୍ୱରଙ୍କ ସେବା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି।

Gade chapit la Kopi




ଏବ୍ରୀ 5:1
17 Referans Kwoze  

କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।


ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ ।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି ।


ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”


“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।


ଏଣୁ ଈଶ୍ୱରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇ ପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;


Swiv nou:

Piblisite


Piblisite