Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:12 - ଓଡିଆ ବାଇବେଲ

12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ ଥିଲା, ତଥାପି ଈଶ୍ଵରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭେମାନେ ଅନ୍ୟମାନଙ୍କୁ ଶିକ୍ଷା ଦେବା ସମୟ ଶିକ୍ଷକ ଆବଶ୍ୟକ ହେଉଛି। ତୁମ୍ଭେମାନେ ଗୁରୁପାକ ଖାଦ୍ୟ ଖାଇବା ପରିବର୍ତ୍ତେ ଏ ପର୍ଯ୍ୟନ୍ତ ଦୁଗ୍ଧ ପାନ କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।

Gade chapit la Kopi

ପବିତ୍ର ବାଇବଲ

12 ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ।

Gade chapit la Kopi




ଏବ୍ରୀ 5:12
23 Referans Kwoze  

ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର ।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।


ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।


ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ ।


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।


ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।


ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ ।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକ ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋ' ପ୍ରତି କ୍ଳାନ୍ତଜନକ ନୁହେଁ, ବରଂ ସେହି ସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।


ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ


ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର ।


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


Swiv nou:

Piblisite


Piblisite