Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:2 - ଓଡିଆ ବାଇବେଲ

2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍‍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ଵିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆଉ ଅବ୍ରାହାମ ତାଙ୍କୁ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ଦାନ କରିଥିଲେ। (ମଲ୍‌କି-ସେଦଙ୍କ ନାମର ପ୍ରଥମ ଅର୍ଥ ହେଉଛି “ଧାର୍ମିକ ରାଜା”, ସେ ଶାଲେମର ରାଜା ହୋଇଥିବାରୁ ତାଙ୍କର ନାମର ଅନ୍ୟ ଅର୍ଥ “ଶାନ୍ତି ରାଜା”।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।

Gade chapit la Kopi

ପବିତ୍ର ବାଇବଲ

2 ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”।

Gade chapit la Kopi




ଏବ୍ରୀ 7:2
26 Referans Kwoze  

ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;


ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।


ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।


ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।


ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।


ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”


ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି ।


ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।


ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍‍ଥାପନ କରିବା।


ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।


ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;


ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।


Swiv nou:

Piblisite


Piblisite