Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:6 - ଓଡିଆ ବାଇବେଲ

6 କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଏହି ଯେଉଁ ବ୍ୟକ୍ତି ସେମାନଙ୍କ ବଂଶାବଳୀର ଅନ୍ତର୍ଗତ ନୁହନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।

Gade chapit la Kopi




ଏବ୍ରୀ 7:6
16 Referans Kwoze  

କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା ।


ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,


ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;


ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ ।


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”


ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ ।


Swiv nou:

Piblisite


Piblisite