Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:9 - ଓଡିଆ ବାଇବେଲ

9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ଵାରା ଦଶମାଂଶ ଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଅତଏବ ଅବ୍ରାହାମ ମଲ୍କିସେଦକଙ୍କୁ ଦଶମାଂଶ ଦାନ ଦେଲାବେଳେ, ଯେଉଁ ଲେବୀଙ୍କର ବଂଶଧର ଯାଜକମାନେ ବର୍ତ୍ତମାନ ଦଶମାଂଶ ଦାନ ଗ୍ରହଣ କରୁଛନ୍ତି, ସେହି ଲେବୀ ମଧ୍ର ମଲ୍କିସେଦକଙ୍କୁ ଉକ୍ତ ଦାନ ଦେଇଥିଲେ ବୋଲି କୁହାଯାଇପାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

9 ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ।

Gade chapit la Kopi




ଏବ୍ରୀ 7:9
7 Referans Kwoze  

ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।


ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ ।


ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।


କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ ।


Swiv nou:

Piblisite


Piblisite