Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:1 - ଓଡିଆ ବାଇବେଲ

1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆମ୍ଭମାନଙ୍କ କଥାର ସାରମର୍ମ ହେଉଛି, ଆମେ ଯେଉଁ ମହାଯାଜକଙ୍କୁ ପାଇଛୁ, ସେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭେ ଯାହାକିଛି କହୁଛୁ, ତା'ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି।

Gade chapit la Kopi




ଏବ୍ରୀ 8:1
21 Referans Kwoze  

ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।


ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;


ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?


ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି ।


ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।


ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।


Swiv nou:

Piblisite


Piblisite