Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:3 - ଓଡିଆ ବାଇବେଲ

3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପ୍ରତ୍ୟେକମହାଯାଜକ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ପ୍ରଶୁବଳି ଉତ୍ସର୍ଗ କରିବାକୁ ନିଯୁକ୍ତ ହାଇଥାନ୍ତି। ତେଣୁ ଆମର ମହାଯାଜକ ମଧ୍ୟ ସେପରି କିଛି ନୈବେଦ୍ୟ ଉତ୍ସର୍ଗ କରିବା ଆବଶ୍ୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା।

Gade chapit la Kopi




ଏବ୍ରୀ 8:3
14 Referans Kwoze  

କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇ ପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;


Swiv nou:

Piblisite


Piblisite