Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:6 - ଓଡିଆ ବାଇବେଲ

6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଏବେ ଯେଉଁ ପରିମାଣରେ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଏବେ ଯୀଶୁଙ୍କୁ ଯେଉଁ ଯାଜକୀୟ କାର୍ଯ୍ୟ ପ୍ରଦତ୍ତ ହୋଇଛି, ତାହା ଅନ୍ୟମାନଙ୍କ ଯାଜକୀୟ କାର୍ଯ୍ୟ ଅପେକ୍ଷା ଉତ୍କୃଷ୍ଟ। ସେହିପରି ଈଶ୍ୱର ଓ ମନୁଷ୍ୟ ମଧ୍ୟରେ ସେ ଯଉଁ ନିୟମ ସ୍ଥାପନ କରିଛନ୍ତି, ତାହା ମହତ୍ତର, କାରଣ ଏହି ନିୟମରେ ଉତ୍କୃଷ୍ଟତର ବିଷମାନ ପ୍ରଦତ୍ତ ହେବା ପାଇଁ ପ୍ରତିଶୁତି ରହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଯୀଶୁଙ୍କୁ ଯେଉଁ କାମ କରିବାକୁ ଦିଆ ହୋଇଛି ତାହା ସେହି ଯାଜକମାନଙ୍କ କାମଠାରୁ ଉତ୍କୃଷ୍ଟତର। ସେପ୍ରକାରେ, ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ଆପଣା ଲୋକଙ୍କ ପ୍ରତି କରିଥିବା ନୂତନ ନିୟମ ପୁରାତନ ନିୟମ ଅପେକ୍ଷା ଉତ୍କୃଷ୍ଟ ଅଟେ। ଏହି ନୂତନ ନିୟମ ଅପେକ୍ଷାକୃତ ଉତ୍ତମ ପ୍ରତିଜ୍ଞା ସମ୍ବଳିତ ଅଟେ।

Gade chapit la Kopi




ଏବ୍ରୀ 8:6
13 Referans Kwoze  

ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।


ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର ।


କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


Swiv nou:

Piblisite


Piblisite