Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:5 - ଓଡିଆ ବାଇବେଲ

5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ୱରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ଵରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସିନ୍ଦୁକ ପକ୍ଷ ବିଶିଷ୍ଟ ଦୁଇ ପ୍ରାଣୀଙ୍କର ପ୍ରତିମୂର୍ତ୍ତି ଥିଲା। ଏମାନେ “ପାପକ୍ଷମା” ସ୍ଥାନ ଉପରେ ପକ୍ଷ ବିସ୍ତା କରି ରହିଥିଲେ, କିନ୍ତୁ ବର୍ତ୍ତମାନ ଏ ସବୁର ବିଶଦ ବ୍ୟାଖ୍ୟା ଅନାବଶ୍ୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।

Gade chapit la Kopi

ପବିତ୍ର ବାଇବଲ

5 ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।

Gade chapit la Kopi




ଏବ୍ରୀ 9:5
15 Referans Kwoze  

ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।


ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


Swiv nou:

Piblisite


Piblisite